ଫୋନରେ କଥା ହେଲେ ମୋଦୀ ଓ ସୁଶୀଳା କାର୍କି
ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ସୁଶୀଳା କାର୍କିଙ୍କ ସହ ଫୋନ୍ ଯୋଗେ କଥା ହୋଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ମାଧ୍ୟମରେ ଏହି ସୂଚନା ସେୟାର କରିଛନ୍ତି। ହିଂସାତ୍ମକ ପ୍ରତିବାଦ ସମୟରେ ପ୍ରାଣହାନି ପାଇଁ ସେ ଗଭୀର ସମବେଦନା ପ୍ରକାଶ କରିଛନ୍ତି।
ତେବେ ଏହାପୂର୍ବରୁ ମଣିପୁରର ଇମ୍ଫାଲରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ ସୁଶୀଳା କାର୍କିଙ୍କୁ ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବରେ ଶପଥ ନେବା ପରେ ଅଭିନନ୍ଦନ ଜଣାଇଥିଲେ ।
Powered by Froala Editor