ପ୍ରଶ୍ନକାଳ ଆରମ୍ଭରୁ ପ୍ରବଳ ହଟ୍ଟଗୋଳ, ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା
ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନର ଆଜି ଦ୍ୱିତୀୟ ଦିନରେ ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିଛନ୍ତି । ବାଚସ୍ପତିଙ୍କ ପୋଡିୟମ ସାମ୍ନାରେ ଆସି ବିରୋଧୀ ବିଜେଡି ଦଳର ବିଧାୟକମାନେ ହୋହାଲ୍ଲା କରିଥିଲେ ।
ଚାଷୀମାନେ ସାର ପାଇଁ ହନ୍ତସନ୍ତ ହେଉଥିବାରୁ ବିଜେଡି ଏହି ପ୍ରସଙ୍ଗ ବିଧାନସଭାରେ ଆଜି ଉଠାଇଛି । ଆଜି ପ୍ରଶ୍ନକାଳ ମାତ୍ର ୪ମିନିଟ ଚାଲିବା ପରେ ପ୍ରବଳ ହୋହାଲ୍ଲା ଯୋଗୁ ବାଚସ୍ପତି ସୁରମା ପାଢୀ ଗୃହ କାର୍ଯ୍ୟକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ।
Powered by Froala Editor