ଚାଲିପାରିଲାନି ଗୃହ, ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ
ଭୁବନେଶ୍ୱର: ବିଧାନସଭା ମୌସୁମୀ ଅଧିବେଶନର ଆଜି ତୃତୀୟ ଦିନ । ଆଜି ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୀରମିତ୍ରପୁରର ଦିବ୍ୟଙ୍ଗତ ବିଧାୟକ ଜର୍ଜ ତିର୍କୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କରିଥିଲେ । ଏହାକୁ ସମର୍ଥନ କରିଥିଲେ ବିରୋଧୀ ବିଜେଡିର ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଓ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମା ଏବଂ ସିପିଏମ୍ ବିଧାୟକ । ଏହାପରେ ପ୍ରଶ୍ନକାଳ ଚାଲିବା ପରେ ମାତ୍ରେ ସାର ପ୍ରସଙ୍ଗ ଉଠାଇ ନାରାବାଜି କରିଥିଲେ ବିଜେଡି ବିଧାୟକ । ହଟ୍ଟଗୋଳ କରିବାରୁ ବାଚସ୍ପତି ସୁରମା ପାଢୀ ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ।
Powered by Froala Editor