୨୩ ରୁ ୨୬ ପ୍ରବଳ ବର୍ଷା
ଭୁବନେଶ୍ବର : ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ମିଆଁମାର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆସନ୍ତା ୨୨ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ପହଞ୍ଚିବ। ପରବର୍ତ୍ତୀ ସମୟରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଆସନ୍ତା ୨୫ ତାରିଖ ବେଳକୁ ପୂର୍ବ-କେନ୍ଦ୍ରୀୟ ଏବଂ ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ମିଆଁମାର-ବାଂଲାଦେଶ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦେଶିକା ଡ. ମନୋରମା ମହାପାତ୍ର କହିଛନ୍ତି।
ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ, ଆସନ୍ତା ୨୩ରୁ ୨୬ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ ଜିଲାକୁ ବଜ୍ରପାତ ସହ ବର୍ଷା ନେଇ ସତର୍କତା ଜାରି ହୋଇଛି।
Powered by Froala Editor