ପ୍ରବଳ ହଟ୍ଟଗୋଳ: ଗୃହ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା
ଭୁବନେଶ୍ବର: ବିଧାନସଭା ମୌସୁମୀ ଅଧିବେଶନର ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ସଦସ୍ୟ ହୋହାଲ୍ଲା କରିଛନ୍ତି । ଆଜି ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ କଂଗ୍ରେସ ଓ ବିଜେଡି ବିଧାୟକ ମାନେ ପ୍ଲାକାର୍ଡ, ପୋଷ୍ଟର ଧରି ଗୃହର ମଧ୍ୟଭାଗରେ ପ୍ରବଳ ହଟ୍ଟଗୋଳ କରିଥିଲେ । ବାଚସ୍ପତି ସୁରମା ପାଢୀ ବାରମ୍ବାର ବିରୋଧୀ ବିଧାୟକ ମାନଙ୍କୁ ବୁଝାଇବା ସହ ନିଜ ଆସନରେ ବସିବାକୁ ନିବେଦନ କରିଥିଲେ । ହେଲେ ବିରୋଧୀ ସଦସ୍ୟମାନେ ବାଚସ୍ପତିଙ୍କ କୌଣସି କଥାକୁ ଖାତିର କରିନଥିଲେ । ଫଳରେ ଗୃହ ମାତ୍ର ୭ମିନିଟ୍ ଚାଲିବା ପରେ ବଚସ୍ପତି ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ ।
Powered by Froala Editor