କ୍ୟାପିଟାଲ ହସ୍ପିଟାଲରେ ଶିଶୁ ମୃତ୍ୟୁୁ ଘଟଣା: ୪ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର : କ୍ୟାପିଟାଲ ହସ୍ପିଟାଲରେ ଶିଶୁ ମୃତ୍ୟୁୁ ଘଟଣାରେ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ସୂଚନା ଅନୁଯାୟୀ ରବିବାର ରାତିରେ ସାଲିଆ ସାହିର ଜଣେ ଶିଶୁ ଥଣ୍ଡା ଜ୍ବରରେ ପୀଡିତ ହେବାରୁ ତାକୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲରେ ସେତେବେଳେ ଡ୍ୟୁଟିରେ ଥିବା ଡାକ୍ତର ମେଡିସିନ୍ ଦେଇଥିଲେ। ଏହାପରେ ଶିଶୁ ଟିର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ପରେ ଯେଉଁ ଡାକ୍ତର ଆସିଥିଲେ ଭୁଲ ମେଡିସିନ୍ ରୁ ଶିଶୁର ମୃତ୍ୟୁ ହୋଇଥିବା ପରିବାର ଲୋକଙ୍କୁ କହିଥିଲେ ବୋଲି ଅଭିଯୋଗ ହୋଇଛି।
Powered by Froala Editor