ଆଜି ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ଶ୍ରୀଜୀଉଙ୍କ ଅଳଙ୍କାର, ବନ୍ଦ ରହିବ ଦର୍ଶନ
ପୁରୀ: ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପରେ ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଶ୍ରୀଜୀଉଙ୍କର ଅଳଙ୍କାର ତଥା ମୂଲ୍ୟବାନ ସାମଗ୍ରୀ ଆଜି ସ୍ଥାୟୀ ରତ୍ନଭଣ୍ଡାରକୁ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁଯାୟୀ ସ୍ଥାନାନ୍ତର କରାଯିବ । ଏଥିପାଇଁ ଆଜି ସକାଳ ୧୦ଘଟିକା ଠାରୁ ସର୍ବସାଧାରଣ ଦର୍ଶନ ବନ୍ଦ ହେବା ସହ ଶ୍ରୀମନ୍ଦିର ନାଟମଣ୍ଡପ ଏବଂ ଜଗମୋହନ ଶୋଧ କରାଯିବ । ଶ୍ରୀମନ୍ଦିର ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ଭକ୍ତଙ୍କ ପ୍ରବେଶ ବାରଣ ରହିବ । ତେବେ ମହାପ୍ରସାଦ ପାଇବାକୁ ଇଚ୍ଛୁକ ଭକ୍ତମାନେ ଆନନ୍ଦ ବଜାରକୁ ଯାଇ ମହାପ୍ରସାଦ ନେଇ ପାରିବ ।ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
Powered by Froala Editor