ଅର୍ଜୁନ ପୁରସ୍କାର ବିଜେତା ବିଜୟ କୁମାର ଶତପଥୀଙ୍କ ଦେହାନ୍ତ
ଭୁବନେଶ୍ଵର: ପୂର୍ବତନ ଅନ୍ତର୍ଜାତୀୟ ଭାରୋତ୍ତୋଳକ ତଥା ଅର୍ଜୁନ ପୁରସ୍କାର ବିଜେତା ବିଜୟ କୁମାର ଶତପଥୀଙ୍କର ପରଲୋକ ଘଟିଛି। ବାର୍ଦ୍ଧକ୍ୟ ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ୧୯୮୨ ମସିହାରେ ସେ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଥିଲେ। ୧୯୮୧ ଏବଂ ୧୯୮୩ ଏସୀୟ ଭାରୋତ୍ତଳନ ଚାମ୍ପିଅନସିପରେ କାଂସ୍ୟ ପଦକ ଜିତିଥିଲେ।
Powered by Froala Editor