ଯୁବତୀଙ୍କୁ ତଣ୍ଟି ଚିପି ହତ୍ୟା ସନ୍ଦେହ
ସମ୍ବଲପୁର: ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ମାଲିପଡା ଠାରେ ଜଣେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ସୂଚନା ଅନୁଯାୟୀ, ମାଳିପଡାଠାରେ ରହୁଥିବା ମଧୁମିତ ପଟେଲଙ୍କୁ ମଙ୍ଗଳବାର ପରିବାର ଲୋକେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏହି ଘଟଣାକୁ ନେଇ ଟାଉନ ଥାନା ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପରିବାର ଲୋକେ ସ୍ୱଭାବିକ ମୃତ୍ୟୁ ବୋଲି କହିଛନ୍ତି । ଯୁବତୀଙ୍କୁ ତଣ୍ଟି ଚିପି ହତ୍ୟା କରାଯାଇଥିବାର ସନ୍ଦେହ କରାଯାଉଛି। ଟାଉନ ଥାନା ପୁଲିସ ପରିବାର ଲୋକଙ୍କୁ ଅଟକ ରଖି ପଚରାଉଚୁରା କରୁଛି ।
Powered by Froala Editor