ଆଉ ଏକ ଲଘୁଚାପ ସୃଷ୍ଟି, ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ । ପୂର୍ବ ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଥିବା ବେଳେ ଆଉ ଏକ ଲଘୁଚାପ ଲୋକଙ୍କ ଚିନ୍ତା ବଢାଇଛି । ପୂର୍ବରୁ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅବପାତରେ ପରିଣତ ହେବ । ଏହା ଶନିବାର ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିବ । ଦୁଇଟି ଲଘୁଚାପ ହେଉଥିବାରୁ ରାଜ୍ୟରେ ପ୍ରବଳ ବର୍ଷା ହେଉଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
Powered by Froala Editor