ଶୁଭ କଳସ ବସାଇବାର କିଛି ନିୟମ

କୁହାଯାଏ, ଘରୁ ବାହାରିବା ସମୟରେ ଶୁଭ କଳସ ବା ଜଳପୂର୍ଣ୍ଣ କୁମ୍ଭ ଦେଖିକି ଗଲେ କାର୍ଯ୍ୟସିଦ୍ଧି ହୋଇଥାଏ। ସେଥିପାଇଁ ଅନେକେ ଘରର ମୁଖ୍ୟଦ୍ୱାର ନିକଟରେ ଶୁଭ କଳସ ରଖିଥାନ୍ତି। ତେବେ ଏହି ଶୁଭ କଳସ ରଖିବାକୁ ନେଇ ମଧ୍ୟ କିଛିଟା ନିୟମ ଜାଣନ୍ତୁ.....
*ମୁଖ୍ୟ ଦ୍ୱାରର ବାମପଟେ ଶୁଭ କଳସ ରଖିବା ଅତ୍ୟନ୍ତ ଭଲ ହୋଇଥାଏ। ଆବଶ୍ୟକ ସ୍ଥଳେ ଆପଣ ଚାହିଁଲେ ଏହାକୁ ଡାହାଣ ପଟେ କିମ୍ବା ଦ୍ୱାରର ସମ୍ମୁଖ ଭାଗରେ ମଧ୍ୟ ରଖିପାରିବେ। ଯେମିତି ଶୁଭକଳସ ଉପରେ ସମସ୍ତଙ୍କର ନଜର ପଡିପାରୁଥିବ।
*ଯଦି ଆପଣଙ୍କ ମୁଖ୍ୟ ଦ୍ୱାରର କାନ୍ଥକୁ ଲାଗି ଚଉରା ରହିଛି, ଚଉରାର ମଣ୍ଡପ ଉପରେ କଳସକୁ ମଧ୍ୟ ରଖିପାରିବେ।
*ପ୍ରତିଦିନ ସୂର୍ଯ୍ୟୋଦୟ ପୂର୍ବରୁ ସ୍ନାନସାରି ପ୍ରଥମେ ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ଘ୍ୟ ଦେବେ, ତା’ପରେ ମା’ ବୃନ୍ଦାବତୀଙ୍କୁ ପୂଜା କରିବେ। ଆଉ ତା’ପରେ ମୁଖ୍ୟ ଦ୍ୱାର ନିକଟରେ ଶୁଭ କଳସକୁ ସ୍ଥାପନା କରି ଠାକୁରଙ୍କୁ ପୂଜା କଲେ ମଙ୍ଗଳ ହୋଇଥାଏ।
* ୯ଟା ଭିତରେ ଶୁଭ କଳସ ବସାଇବା ନିହାତି ଆବଶ୍ୟକ।
*ଶୁଭ କଳସର ପାଣି ବାସି ହେବା ଠିକ୍ ନୁହେଁ ଅର୍ଥାତ୍ ସକାଳେ ଯେଉଁ ଶୁଭ କଳସ ବସାଇଥିବେ ସୂର୍ଯ୍ୟାସ୍ତ ପୂର୍ବରୁ ସେହି କଳସର ପାଣିକୁ କୌଣସି ଗଛ ମୂଳରେ ଢାଳିଦେବେ।
Powered by Froala Editor