ଅକ୍ଟୋବର ୯ ରୁ ନଭେମ୍ବର ୯ ପର୍ଯ୍ୟନ୍ତ ବିଜେଡିର ପଦଯାତ୍ରା
ଭୁବନେଶ୍ବର : ପ୍ରତିବର୍ଷ ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରୁ ବିଜେଡିର ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଥାଏ। ହେଲେ ଚଳିତଥର ଏଥିରେ ପରିବର୍ତ୍ତନ କରାଯାଇଛି। ଏବର୍ଷ ଅକ୍ଟୋବର ୨ରେ ଦଶହରା ପଡ଼ୁଥିବାରୁ ଅକ୍ଟୋବର ୯ ତାରିଖ ଗୋପବନ୍ଧୁ ଜୟନ୍ତୀରୁ ନଭେମ୍ବର ୯ ପର୍ଯ୍ୟନ୍ତ ଏକମାସ ଧରି ବିଜେଡିର ପଦଯାତ୍ରା ଅନୁଷ୍ଠିତ ହେବ।
୨ ତାରିଖରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ବିଜେଡି ତରଫରୁ ଜନସମ୍ପର୍କ ପଦଯାତ୍ରା ପାଇଁ ସଂକଳ୍ପ ନିଆଯିବ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଜନସାଧାରଣଙ୍କ ସହିତ ସମ୍ପର୍କ ସ୍ଥାପନ ସହିତ ଗତ ୧୫ ମାସର ବିଜେପି ସରକାରଙ୍କ ବିଫଳତାକୁ ରାଜ୍ୟବାସୀଙ୍କ ପାଖରେ ପହଞ୍ଚାଯିବ ବୋଲି ଦଳ ପକ୍ଷରୁ କୁହାଯାଇଛି।
ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର ଓ ପ୍ରମିଳା ମଲ୍ଲିକ ପଦଯାତ୍ରା କାର୍ଯ୍ୟକ୍ରମ ବିଷୟରେ ସୂଚନା ଦେଇଥିଲେ।
Powered by Froala Editor