ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ଶିରୀଶ ଚନ୍ଦ୍ର ମୁର୍ମୁ ଭାରତୀୟ ରିଜର୍ଭ ବ୍ୟାଙ୍କର ଡେପୁଟି ଗଭର୍ଣ୍ଣର ଭାବେ ନିଯୁକ୍ତି ପାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶିରୀଶଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ଶିରୀଶ ମୁର୍ମୁ ଭାରତୀୟ ରିଜର୍ଭ ବ୍ୟାଙ୍କର ଡେପୁଟି ଗଭର୍ଣ୍ଣର ଭାବେ ନିଯୁକ୍ତ ହୋଇଥିବାରୁ ମୁଁ ତାଙ୍କୁ ଶୁଭେଚ୍ଛା ଏବଂ ଅଭିନନ୍ଦନ ଜଣାଉଛି। ଜଣେ ସୁଯୋଗ୍ୟ ଓଡିଆ ଦେଶର ସର୍ବୋଚ୍ଚ ବ୍ୟାଙ୍କରେ ଏପରି ଏକ ଗୁରୁତ୍ଵପୂର୍ଣ୍ଣ ପଦବୀରେ ଅବସ୍ଥାପିତ ହେବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର କଥା।
Powered by Froala Editor