ରାତି ସିଫ୍ଟରେ କାମ କରିବାକୁ ମହିଳାଙ୍କୁ ମିଳିଲା ମଞ୍ଜୁରି

ରାଜ୍ୟ କ୍ୟାବିନେଟର ୨୭ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । ବୈଠକ ପରେ ବୈଠକରେ ଓଡ଼ିଶା ସରକାର ଫ୍ୟାକ୍ଟ୍ରୀ ଆଇନ, ୧୯୪୮ ଓ ଓଡ଼ିଶା ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଆଇନ, ୧୯୫୬ରେ ସଂଶୋଧନକୁ ମଞ୍ଜୁରି ଦେଇଛନ୍ତି।
ରାଜ୍ୟ କ୍ୟାବିନେଟ୍ ବୈଠକରେ ୪ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ। ବୈଠକରେ ଅନ୍ୟ ବିଭାଗର ସଚିବ ଓ ମନ୍ତ୍ରୀମାନେ ଉପସ୍ଥିତ ଥିଲେ। ସୂଚନା ଅନୁସାରେ, ରାଜ୍ୟ କ୍ୟାବିନେଟ୍ ବୈଠକରେ ୩ ବିଭାଗର ୪ଟି ପ୍ରସ୍ତାବ ଉପରେ ବାଜିଛି ମୋହର। ଶ୍ରମ ବିଭାଗର ବାଣିଜ୍ୟ ପ୍ରତିଷ୍ଠାନ ଆଇନ ୧୯୫୬ର ସଂଶୋଧନ ପାରିତ ହୋଇଛି। କାରଖାନା ୧୯୪୮ର ସଂଶୋଧନ ଆଇନ ମଧ୍ୟ ହେଲା ପାରିତ ହୋଇଛି। ଦୈନିକ କାର୍ଯ୍ୟ ନିର୍ଘଣ୍ଟ ୯ ଘଣ୍ଟାରୁ ୧୦ ଘଣ୍ଟାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି।
ସେହିପରି ସପ୍ତାହକରେ ୪୮ ଘଣ୍ଟାରୁ ଅଧିକ କାମ କଲେ ଓଭରଟାଇମ୍ ମିଳିବ। ମହିଳା କର୍ମଚାରୀ ଚାହିଁଲେ ସମ୍ମତି ପତ୍ର ଦେଇ ରାତିରେ କାର୍ଯ୍ୟ କରିପାରିବେ। ମହିଳା କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ସୁରକ୍ଷା ବ୍ୟବସ୍ଥା କରିବେ।
ମୋଟ ଚାରିଟି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରି ଦେଇଛି, ଯେଉଁଥିରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗରୁ ଦୁଇଟି, କାର୍ଯ୍ୟ ବିଭାଗରୁ ଏକ ଓ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରୁ ଏକ ପ୍ରସ୍ତାବ ସାମିଲ ରହିଛି। ଗଣଶିକ୍ଷା ବିଭାଗର ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାକୁ ମଞ୍ଜୁରୀ ମିଳିଛି। ଘଟଗାଁ ତାରିଣୀ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ୨୨୬ କୋଟି ମଞ୍ଜୁର ହୋଇଛି। ୫୯ ଏକର ଜମିକୁ ନେଇ ପାରିପାର୍ଶ୍ବିକ ବିକାଶ ପାଇଁ DPR ପ୍ରସ୍ତୁତ ହେବ।
Powered by Froala Editor