ଚାରି ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ

ଭୁବନେଶ୍ବର: ଆଗାମୀ ଚାରି ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି, ପବନ ସହିତ ବର୍ଷା ସମ୍ଭାବନା ଅଛି। ସେଥିପାଇଁ ୩ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୩୦ ତାରିଖରେ ଉତ୍ତର ଆଣ୍ଡାମାନସାଗର ଅଞ୍ଚଳରେ ଏକ ନୂତନ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ଅଛି। ଏହାର ପ୍ରଭାବରେ ଉତ୍ତର ପାର୍ଶ୍ବବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ, ଅକ୍ଟୋବର ୧ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି।
ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ରହିଛି। ୪ ତାରିଖ ସକାଳ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଏପରି ସ୍ଥିତି ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏହି ସମୟ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବାଲାଗି ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି।
Powered by Froala Editor