ଜେ.ପି ନଡ୍ଡାଙ୍କୁ ଭେଟିଲେ ମୋହନ, ଦେଲେ ଏକ୍ସରେ ସୂଚନା

ନୂଆଦିଲ୍ଲୀ: ଦିଲ୍ଲୀ ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କୁ ଭେଟିଛନ୍ତି । ଏନେଇ ଏକ୍ସରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଉଭୟଙ୍କ ମଧ୍ୟରେ ବିଭିନ୍ନ ସାଂଗଠନିକ ବିଷୟ ଉପରେ ଆଲୋଚନା ହୋଇଥିବା ସୂଚନା ମିଳିଛି । ଦଶହରା ଶେଷ ହେବା ପରେ ଏବେ ରାଜ୍ୟରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହେବା ଚର୍ଚ୍ଚା ଜୋର ଧରିଛି ।
ତେବେ ଏହି ସାକ୍ଷାତକାରକୁ ନେଇ ମୁଖ୍ୟମନ୍ତ୍ରୀ ଏକ୍ସରେ ପୋଷ୍ଟ କରି କହିଛନ୍ତି ଜେ.ପି ନଡ୍ଡାଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିବାକୁ ସୁଯୋଗ ପ୍ରାପ୍ତ ହେଲା । ଏହି ସମୟରେ ବିଭିନ୍ନ ସାଙ୍ଗଠନିକ ବିଷୟ, ରାଜନୈତିକ ପରିସ୍ଥିତି ଓ ଭବିଷ୍ୟତର କାର୍ଯ୍ୟପନ୍ଥା ସମ୍ପର୍କରେ ବିସ୍ତୁତ ଆଲୋଚନା ହୋଇଥିଲା ।
Powered by Froala Editor