ବାଜି ରାଉତଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର : ଆଜି ସହିଦ୍ ବାଜି ରାଉତଙ୍କ ଜନ୍ମ ଜୟନ୍ତୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ବାଚସ୍ପତି ଶ୍ରୀମତୀ ସୁରମା ପାଢୀ ବିଧାନସଭା ପରିସରରେ ଥିବା ବାଜି ରାଉତଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି। ବିଧାୟକ ବାବୁ ସିଂ, ଅନନ୍ତ ନାରାୟଣ ଜେନା , ଯୁବ ନେତା ଜଗନ୍ନାଥ ପ୍ରଧାନଙ୍କ ସମେତ ବହୁ ଅଧିକାରୀ ଏବଂ ସାମାଜିକ କର୍ମୀ ମଧ୍ୟ ଯୋଗଦେଇ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ।
Powered by Froala Editor