ବଜ୍ରପାତ ସହିତ ବର୍ଷା: ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରରେ ପ୍ରବଳ ବର୍ଷା ହୋଇଥିବାବେଳେ ଅପରାହ୍ଣ ୨ଟାରୁ ପୁଣି ବଜ୍ରପାତ ସହିତ ପ୍ରବଳ ବର୍ଷା ହୋଇଛି। କେବଳ ଭୁବନେଶ୍ବର ନୁହେଁ ବରଂ ପାରାଦ୍ବୀପରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ଜଣାପଡ଼ିଛି।
ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାକୁ ବଜ୍ରପାତ ସହିତ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Powered by Froala Editor