ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଜଘନ୍ୟ ହତ୍ୟା: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

କଟକ: ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଜଘନ୍ୟ ହତ୍ୟା ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଖୁବଶୀଘ୍ର ଦୋଷୀଙ୍କୁ ଖୋଜି ବାହାର କରାଯିବ ଓ ସେମାନଙ୍କ ଵିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ଯାନୁଷ୍ଠାନ ଗ୍ରହଣ କରାଯିବ । ସୋମବାର ବ୍ରହ୍ମପୁରର ବରିଷ୍ଠ ଆଇନଜୀଵୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କୁ ଜଘନ୍ୟ ଓ ଅମାନୁଷିକ ହତ୍ୟାକାଣ୍ଡରେ ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏହି ଘଟଣାକୁ ଦୃଢ଼ ନିନ୍ଦା କରିବା ସହିତ ଘଟଣାରେ ସଂପୃକ୍ତ ଅପରାଧୀମାନଙ୍କୁ ଖୋଜି ବାହାର କରି ଦୃଷ୍ଟାନ୍ତମୂଳକ ଦଣ୍ଡ ଦେବାକୁ ପୋଲିସ ପ୍ରଶାସନକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ।
Powered by Froala Editor