୧୨ ପର୍ଯ୍ୟନ୍ତ ବଜ୍ରପାତ ସହିତ ବର୍ଷା !
ଭୁବନେଶ୍ୱର : ଉତ୍ତର ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଦକ୍ଷିଣ, ଉତ୍ତର ଏବଂ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଆସନ୍ତା ୧୨ତାରିଖ ପର୍ଯ୍ୟନ୍ତ ବଜ୍ରପାତ ସହିତ ବର୍ଷାର ସମ୍ଭାବନା ରହିଛି।
ବାଲେଶ୍ବର, ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଏବଂ କୋରାପୁଟ ଜିଲାକୁ ବଜ୍ରପାତ ସହିତ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।
Powered by Froala Editor