ଆଜିଠାରୁ ୧୪ ପର୍ଯ୍ୟନ୍ତ କନିଷ୍ଠ ଦୌଡ଼କୁଦ ପ୍ରତିଯୋଗିତା
ଭୁବନେଶ୍ଵର: ଭାରତୀୟ ଦୌଡ଼କୁଦ ସଂଘ, ଓଡ଼ିଶା ରାଜ୍ୟ କ୍ରୀଡ଼ା ଓ ଯୁବ ସେବା ବିଭାଗ ଓ ଓଡ଼ିଶା ଦୌଡ଼କୁଦ ସଂଘର ମିଳିତ ଆନୁକୂଲ୍ୟରେ କଳିଙ୍ଗ ଷ୍ଟାଡ଼ିୟମରେ ଆଜିଠାରୁ ୧୪ ପର୍ଯ୍ୟନ୍ତ ୪୦ତମ ଜାତୀୟ କନିଷ୍ଠ ଦୌଡ଼କୁଦ ପ୍ରତିଯୋଗିତା ଆୟୋଜିତ ହେବ। ପ୍ରତିଯୋଗିତାରେ ବିଭିନ୍ନ ରାଜ୍ୟରୁ ୨୦୦୦ କ୍ରୀଡ଼ାବିତ୍ ଅଂଶଗ୍ରହଣ କରିବେ। ଓଡ଼ିଶାରୁ ୩୮ଜଣ ପୁରୁଷ ଏବଂ ୩୭ଜଣ ମହିଳା ସର୍ବମୋଟ ୭୫ଜଣ କ୍ରୀଡ଼ାବିତ୍ ଅଂଶଗ୍ରହଣ କରିବେ। ସର୍ବାଧିକ କ୍ରୀଡ଼ାବିତ୍ (୧୪୭ ଜଣ) ହରିୟାଣା ରାଜ୍ୟରୁ ଅଂଶଗ୍ରହଣ କରିବେ ବୋଲି ଗୁରୁବାର କଳିଙ୍ଗ ଷ୍ଟାଡ଼ିୟମରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରାଯାଇଛି।
Powered by Froala Editor