ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ

ନୂଆଦିଲ୍ଲୀ: ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୭.୬ ରେକର୍ଡ ହୋଇଛି। କର୍ତ୍ତୃପକ୍ଷ ସୁନାମୀ ଚେତାବନୀ ଜାରି କରିଛନ୍ତି ଏବଂ ନାଗରିକମାନଙ୍କୁ ପରବର୍ତ୍ତୀ ଝଟକା ପାଇଁ ପ୍ରସ୍ତୁତ ରହିବାକୁ ଅନୁରୋଧ କରିଛନ୍ତି । ଭୂକମ୍ପ ହେବା ମାତ୍ରେ ସ୍ଥାନୀୟ ଲୋକେ ଭୟଭୀତ ହୋଇ ଏଣେତେଣେ ଦୌଡିଥିଲେ। ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି।
Powered by Froala Editor