ପଦ୍ମ ଧରିଲେ ଜୟ ଢୋଲକିଆ
ଭୁବନେଶ୍ବର: ବିଜେପିରେ ମିଶିଛନ୍ତି ନୂଆପଡ଼ାର ପୂର୍ବତନ ବିଜେଡି ବିଧାୟକ ସ୍ଵର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ। ବିଜେଡି ଜୟଙ୍କୁ ପ୍ରାର୍ଥୀ କରିବ ବୋଲି ଆଶା ରହିଥିବାବେଳେ ସେ ଦଳକୁ ଚକ୍ମା ଦେଇ ବିଜେପିରେ ଯୋଗଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଅନ୍ୟ ବରିଷ୍ଠ ନେତାମାନଙ୍କ ଉପସ୍ଥିତିରେ ଜୟ ଗେରୁଆ ଦଳରେ ସାମିଲ ହୋଇଛନ୍ତି। ଏହା ପରେ ତାଙ୍କୁ ହିଁ ବିଜେପି ନୂଆପଡ଼ାରେ ପ୍ରାର୍ଥୀ କରିବ ବୋଲି ଏକପ୍ରକାର ନିଶ୍ଚିତ ହୋଇଯାଇଛି।
Powered by Froala Editor