ପ୍ରତ୍ୟାବର୍ତ୍ତନ କରିବ ମୌସୁମି ବାୟୁ
ଭୁବନେଶ୍ୱର : ରାଜ୍ୟରୁ ଆସନ୍ତା ୨ରୁ ୩ଦିନ ପରେ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ପ୍ରତ୍ୟାବର୍ତ୍ତନ କରିବ। ଏଥିପାଇଁ ପାଗ ସମ୍ପୂର୍ଣ୍ଣ ଭାବେ ଅନୁକୂଳ ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ ଏବଂ ବିହାରର କିଛି ଅଞ୍ଚଳରୁ ମୌସୁମି ବାୟୁ ବାହୁଡ଼ିବ। ଝାଡ଼ଖଣ୍ଡ ଏବଂ ଛତିଶଗଡ଼ରୁ ସମ୍ପୂର୍ଣ୍ଣ ମୌସୁମି ବାୟୁ ଫେରିଯିବ। ପଶ୍ଚିମବଙ୍ଗ, ସିକ୍କିମ, ଓଡ଼ିଶା ଏବଂ ତେଲଙ୍ଗାନା ରାଜ୍ୟର କିଛି ଅଞ୍ଚଳରୁ ମୌସୁମି ବାୟୁ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ରହିଛି। ଦକ୍ଷିଣ ବାଂଲାଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।
ବାଲେଶ୍ବର, ଯାଜପୁର, କଟକ, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି ଏବଂ ରାୟଗଡ଼ା ଜିଲାକୁ ବଜ୍ରପାତ ସହିତ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Powered by Froala Editor