ଦୀପାବଳି ଭେଟି: ବୃଦ୍ଧି ହେଲା ୩ ପ୍ରତିଶତ ମହଙ୍ଗା ଭତ୍ତା
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦୀପାବଳି ପର୍ବ ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ନେଇ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି କରାଯାଇଛି । ଏହା ଜୁଲାଇ ପହିଲା ୨୦୨୫ରୁ ପିଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ । ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି।
Powered by Froala Editor