ଗୁଜୁରାଟରେ ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ
ନୂଆଦିଲ୍ଲୀ: ଗୁଜୁରାଟରେ ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଛି । ନୂଆ ମନ୍ତ୍ରୀମାନଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ । ପ୍ରଥମେ ଶପଥ ଗ୍ରହଣ କରିଛନ୍ତି ହର୍ଷ ସାଂଘଭି । ସେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ପ୍ରଥମେ ଗୃହମନ୍ତ୍ରୀ ଥିବା ହର୍ଷ ସାଂଘଭି ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି । ନୂତନ କ୍ୟାବିନେଟରେ ମୁଖ୍ୟମନ୍ତ୍ରୀ ସମେତ ୨୭ ଜଣ ମନ୍ତ୍ରୀ ଅଛନ୍ତି। କ୍ରିକେଟର ରବିନ୍ଦ୍ର ଜାଡେଜାଙ୍କ ପତ୍ନୀ ରିବାବା ଜାଡେଜାଙ୍କୁ ମଧ୍ୟ ଏହି ନୂତନ କ୍ୟାବିନେଟରେ ସାମିଲ କରାଯାଉଛି।
Powered by Froala Editor