ଲଜ୍ଜା: ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ଲଜ୍ଜା । ଜଣେ ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ପୀଡିତା ନାବାଳିକା କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ନାବାଳିକାଙ୍କ ଘର ବିହାର ବୋଲି ଜଣାପଡିଛି । ପୁଲିସ ଘଟଣାର ତଦନ୍ତ କରୁଛି ।
ସୂଚନା ଅନୁସାରେ ଶୁକ୍ରବାର ବିଳମ୍ବିତ ରାତିରେ ନାବାଳିକା ଜଣଙ୍କ ରାସ୍ତାକଡରେ ଗୁରୁତର ଅବସ୍ଥାରେ ପଡିରହିଥିଲେ । ସ୍ଥାନୀୟ ଲୋକ ଦେଖି ପୁଲିସକୁ ଖବର ଦେବାରୁ ପୁଲିସ ପହଞ୍ଚି ନାବାଳିକାଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଇଥିଲା ।
Powered by Froala Editor