ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ !
ଭୁବନେଶ୍ବର: ଆଜି ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଲଘୁଚାପ ସୃଷ୍ଟି ହେବା ପରେ ଆସନ୍ତାକାଲି ଅବପାତରେ ପରିଣତ ହୋଇପାରେ । ପ୍ରଭାବରେ ରାଜ୍ୟରେ ସପ୍ତାହେ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଆକଳନ କରାଯାଇଛି । ଲଘୁଚାପ ପଶ୍ଚିମ-ଉତ୍ତର, ପଶ୍ଚିମ ଦିଗକୁ ଗତି କରିବା ସହିତ ପରବର୍ତ୍ତୀ ସମୟରେ ଦକ୍ଷିଣ ବଙ୍ଗୋପସାଗର କେନ୍ଦ୍ରୀୟ ଅଂଶ ଓ ନିକଟବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି। ତେବେ ବାତ୍ୟା ହେବ କି ନାହଁ ସେନେଇ ଭାରତୀୟ ପାଣିପାଗ ବିଭାଗ ଏଯାବତ କିଛି ଆକଳନ କରିନାହିଁ । କିନ୍ତୁ ବିଭିନ୍ନ ମଡେଲ ବାତ୍ୟା ନେଇ ଆଶଙ୍କା କରୁଛନ୍ତି । ଲଘୁଚାପ ଘନୀଭୁତ ହେଲେ ପ୍ରବଳ ବର୍ଷା ହେବ ବୋଲି କୁହାଯାଉଛି । ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୨୦ଟି ଜିଲାକୁ ସତର୍କ କରାଯାଇଛି ।
Powered by Froala Editor