ସୃଷ୍ଟି ହେଲା ଲଘୁଚାପ, ସପ୍ତାହେ ପର୍ଯ୍ୟନ୍ତ ବର୍ଷା
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଆସନ୍ତା ୩୬ଘଣ୍ଟାରେ ଏହା ଅବପାତରେ ପରିଣତ ହେବ । ପ୍ରଭାବରେ ରାଜ୍ୟରେ ସପ୍ତାହେ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଆକଳନ କରାଯାଇଛି । ଲଘୁଚାପ ପଶ୍ଚିମ-ଉତ୍ତର, ପଶ୍ଚିମ ଦିଗକୁ ଗତି କରିବା ସହିତ ପରବର୍ତ୍ତୀ ସମୟରେ ଦକ୍ଷିଣ ବଙ୍ଗୋପସାଗର କେନ୍ଦ୍ରୀୟ ଅଂଶ ଓ ନିକଟବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୨୦ଟି ଜିଲାକୁ ସତର୍କ କରାଯାଇଛି ।
Powered by Froala Editor