ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲା: ତଦନ୍ତ ଭାର ନେଲା କ୍ରାଇମବ୍ରାଞ୍ଚ
ଭୁବନେଶ୍ୱର: ସାରା ଦେଶରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ତଦନ୍ତ ଏବେ ସିବିଆଇ କରିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବହୁ ଚର୍ଚ୍ଚିତ ଅପରାଧର ସିବିଆଇ ତଦନ୍ତ ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହାସହ ପୁଲିସ ଏବଂ ଅନ୍ୟାନ୍ୟ ପୋଷାକଧାରୀ ସେବାରେ କର୍ମଚାରୀ ମନୋନୟନ ପାଇଁ ଏକ ସ୍ଥାୟୀ ଆୟୋଗ ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାର ବିଚାର କରୁଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ ଓଡ଼ିଶା ପୁଲିସ ସବ୍ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତିର ଅଭିଯୋଗ ହୋଇଥିଲା। ଏହାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ଦିଆଯାଇଛି। ଏହି ଦୁର୍ନୀତିର ଚେର ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପୀ ଥାଇପାରେ ବୋଲି ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ତଦନ୍ତରୁ ଜଣାପଡ଼ିଛି।
Powered by Froala Editor