ୟେଲୋ ୱାର୍ଣ୍ଣିଂ ଜାରି, ୨୭ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା
ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଶୁକ୍ରବାର ଦକ୍ଷିଣ-ପୂର୍ବ ଏବଂ ତତ୍ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି ବୋଲି ଭାରତ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆସନ୍ତା ୨୪ଘଣ୍ଟା ମଧ୍ୟରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଏବଂ ନୟାଗଡ଼ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଉପରୋକ୍ତ ଜିଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଘଣ୍ଟା ପ୍ରତି ୩୦ରୁ ୪୦କି.ମି ବେଗରେ ପବନ ବହିବା ସମ୍ଭାବନା ରହିଛି।
Powered by Froala Editor