ସମ୍ଭାବ୍ୟ ବାତ୍ୟା: ଏହି ଜିଲ୍ଲାରେ ପ୍ରବଳ ବର୍ଷା
ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି । ଆନ୍ଧ୍ର ଉପରେ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଅଧିକ ରହିବ । ବାତ୍ୟା ଯୋଗୁ ୨୭ତାରିଖରୁ ୨୯ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ । ପ୍ରାୟ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୬ରୁ ୨୯ ତାରିଖ ଯାଏଁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।
୨୭ ତାରିଖରେ କେନ୍ଦ୍ରାପଡା, କଟକ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ଜିଲାରେ ବର୍ଷା ହେବ । ଆସନ୍ତା ୨୮ ଓ ୨୯ ତାରିଖରେ ଅଧିକାଂଶ ଜିଲାରେ ବର୍ଷା ଲାଗି ରହିବ । ୨୯ରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡାରେ ପ୍ରବଳ ବର୍ଷା ହେବ ।
Powered by Froala Editor