ଆଜି ସନ୍ଧ୍ୟା ରାଜ୍ୟ କ୍ୟାବିନେଟ୍ ବୈଠକ
ଭୁବନେଶ୍ବର: ରାଜ୍ୟରେ ମୋହନ ଚରଣ ମାଝୀଙ୍କ ସରକାରକୁ ଶନିବାର ୫୦୦ ଦିନ ପୂରିବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର କିଛି ଗୁରୁତ୍ବପୂର୍ଣ୍ଣ ଘୋଷଣା କରିବା ସମ୍ଭାବନା ରହିଛି। ସୂଚନା ଅନୁଯାୟୀ, ଶନିବାର ସନ୍ଧ୍ୟା ୫ରେ ରାଜ୍ୟ କ୍ୟାବିନେଟ୍ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ବୈଠକରେ କିଛି ମନ୍ତ୍ରୀ ଯୋଗଦେବେ। ଆଉ କିଛି ମନ୍ତ୍ରୀ ନୂଆପଡ଼ାରୁ ଆଭାସି ଜରିଆରେ ଯୋଡ଼ିହେବେ। ବୈଠକରେ ବିଭିନ୍ନ ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହେବା ସହ ଅନୁମୋଦନ କରାଯିବ।
Powered by Froala Editor