ଅବପାତ ସୃଷ୍ଟି : ଆନ୍ଧ୍ରରେ ଲ୍ୟାଣ୍ଡଫ୍ଲ, ଓଡ଼ିଶାରେ ପ୍ରବଳ ବର୍ଷା
ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ସୃଷ୍ଟି ସୁଦୃଶ ଲଘୁଚାପ ଶନିବାର ଅବପାତର ରୂପ ନେଇଛି। ୨୭ ତାରିଖ ସକାଳେ ବାତ୍ୟାର ରୂପ ନେବ ବୋଲି ଜଣାପଡିଛି। ଶୁକ୍ରବାର ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗକୁ ୩ କି.ମି. ବେଗରେ ଗତି କରୁଛି। ଅବପାତଟି କ୍ରମଶଃ ଗଭୀର ଅବପାତରେ ପରିଣତ ହୋଇ ୨୭ ତାରିଖ ସକାଳେ ବାତ୍ୟାର ରୂପ ନେଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି।
ସମ୍ଭାବ୍ୟ ବାତ୍ୟା ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଅଗ୍ରସର ହେଉଛି। ଏହା କେଉଁ ଅଞ୍ଚଳରେ ଲ୍ୟାଣ୍ଡଫ୍ଲ କରିବ ସେନେଇ କୁହାଯାଇ ନାହିଁ। କିନ୍ତୁ ବାତ୍ୟାର ପ୍ରଭାବରେ ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଏବଂ ଓଡ଼ିଶାର ଅନେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଓଡ଼ିଶାରେ ବାତ୍ୟାର ବିଶେଷ ପ୍ରଭାବ ପଡ଼ିବନି। ଅକ୍ଟୋବର ୨୭ରୁ ୨୯ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ସମ୍ଭାବ୍ୟ ବାତ୍ୟା ଯୋଗୁଁ ଓଡ଼ିଶା ଉପକୂଳ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ପ୍ରବେଶ ବାରଣ କରାଯାଇଛି।
Powered by Froala Editor