୮ ଜିଲ୍ଲାରେ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଗୁଡିକୁ ଛୁଟି ଘୋଷଣା
ଭୁବନେଶ୍ଵର: ବାତ୍ୟା ମନ୍ଥା ମୁକାବିଲା ନେଇ ଆଜି ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏସ୍ଆରସିଙ୍କ କାର୍ଯ୍ୟାଳୟରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଉନ୍ନୟନ କମିଶନର , ଅଗ୍ନିଶମ ଡିଜି, ସ୍ଵାସ୍ଥ୍ୟ, କୃଷି, ଜଳ ଓ ଶକ୍ତି ବିଭାଗର ବହୁ ସଚିବ ଉପସ୍ଥିତ ଥିଲେ। ପ୍ରଖର ବେଗରେ ମାଡି ଆସୁଥିବା ସମ୍ଭାବ୍ୟ ବାତ୍ୟାକୁ କିଭଳି ମୁକାବିଲା କରାଯିବ ସେ ନେଇ ଆଲୋଚନା ହୋଇଛି। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ୮ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଏ ନେଇ ପ୍ରେସମିଟ୍ରେ ସୂଚନା ଦେଇଛନ୍ତି ଏସ୍ଆରସି ଦେଓରଞ୍ଜନ ସିଂହ। ମଙ୍ଗଳବାରଠୁ ୩୦ ତାରିଖ ଯାଏଁ ସ୍କୁଲ ସହ ଅଙ୍ଗନବାଡି କେନ୍ଦ୍ର ଗୁଡିକୁ ଛୁଟି ଘୋଷଣା କରାଯାଇଛି। ବାତ୍ୟା ନିକଟବର୍ତ୍ତୀ ହେଲେ ବର୍ଷାର ପ୍ରଭାବ ଅଧିକ ହେବ। କେହି ଭୟଭୀତ ହୁଅନ୍ତୁ ନାହିଁ, ଜିରୋ କାଜୁଆଲିଟି ଲକ୍ଷ୍ୟ ରଖାଯାଇଛି।
Powered by Froala Editor