ଛଟ୍ ପୂଜା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଭୁବନେଶ୍ୱର ମଞ୍ଚେଶ୍ୱର ସ୍ଥିତ ନୂଆ ବାଲିଯାତ୍ରା ପଡିଆ ଠାରେ ଆୟୋଜିତ ଛଟ୍ ପୂଜା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶା ସରକାର “ଭାଇଚାରା, ସୌହାର୍ଦ୍ଦ୍ୟ ଓ ସାଂସ୍କୃତିକ ଏକତା”ର ପରମ୍ପରାକୁ ଶକ୍ତିଶାଳୀ କରିବା ପାଇଁ ପ୍ରତିବଦ୍ଧ ଏବଂ ଓଡ଼ିଶାରେ ଛଟ୍ ପୂଜା ଏହି ସାଂସ୍କୃତିକ ଏକତାର ଉଦାହରଣ । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ଧର୍ମପତ୍ନୀ ଡଃ ପ୍ରିୟଙ୍କା ମାର୍ଣ୍ଡି ମଧ୍ୟ ଯୋଗ ଦେଇଥିଲେ ଏବଂ ସମସ୍ତ ପୂଜାର ବିଧି ପାଳନ କରି ସୂର୍ଯ୍ୟ ଦେବତାଙ୍କୁ ଅର୍ଘ୍ୟ ପ୍ରଦାନ କରି ରାଜ୍ୟବାସୀଙ୍କ ମଙ୍ଗଳା କାମନା କରିଥିଲେ।
ଉକ୍ତ କାର୍ଯ୍ୟକ୍ରମରେ ବିଶ୍ୱାସ ଫାଉଣ୍ଡେସନର ସଭାପତି ରାଜକୁମାର, ଉପ ସଭାପତି, ଅଜୟ ବାହାଦୂର ସିଂହ, ସାଧାରଣ ସଚିବ, ଅଶୋକ ଭଗତ୍, ବିହାର ଉନ୍ନୟନ ପରିଷଦ ର ସଂଯୋଜକ, ଆନନ୍ଦ ମୋହନ ପ୍ରମୁଖ ଉପସ୍ଥିତ ଥିଲେ।
Powered by Froala Editor