ମନ୍ଥା: ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ
ଭୁବନେଶ୍ୱର: ଲୋକସଭା ଭବନରେ ଆଜି ବାତ୍ୟା ‘ମନ୍ଥା’ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ସ୍ୱତନ୍ତ୍ର ରିଲିଫ କମିଶନର, ପୁଲିସ ଡିଜି ଯୋଗେଶ ବାହାଦୂର ଖୁରାନିଆ, ଅଗ୍ନିଶମ ଡିଜି ସୁଧାଂଶୁ ଷଡଙ୍ଗୀଙ୍କ ସହ ଅନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିଛନ୍ତି । ପ୍ରଭାବିତ ହେବାକୁ ଥିବା ଜିଲା ଗୁଡିକର ଜିଲ୍ଲାପାଳ ମାନେ ଭିଡ଼ିଓ କନଫରେନସିକ ଜରିଆରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀଙ୍କୁ ବାତ୍ୟାର ପ୍ରସ୍ତୁତି ଓ ମୁକାବିଲା ନେଇ ସୂଚନା ଦେଇଥିଲେ ।
Powered by Froala Editor