Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ...

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ...

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ...

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ...

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ...

Home ›› ››ମନ୍ଥା: ଓଡ଼ିଶା ପାଇଁ ଟଳିଗଲା ବିପଦ

ମନ୍ଥା: ଓଡ଼ିଶା ପାଇଁ ଟଳିଗଲା ବିପଦ

2025-10-29 05:41:48
15437
Share:
Facebook
Twitter
E-Mail
WhatsApp
Telegram
ମନ୍ଥା: ଓଡ଼ିଶା ପାଇଁ ଟଳିଗଲା ବିପଦ

ଭୁବନେଶ୍ବର: ଓଡ଼ିଶା ପାଇଁ ଟଳିଗଲା ବିପଦ। ଏପରିକି ଆନ୍ଧ୍ରପ୍ରଦେଶରେ ମଧ୍ୟ ସାମୁଦ୍ରିକ ଝଡ଼ ‘ମନ୍ଥା’ର ସେଭଳି ଗୁରୁତର ପ୍ରଭାବ ଦେଖିବାକୁ ମିଳିନାହିଁ। ବାତ୍ୟାର ଆଖି ନଥିବାରୁ ବଙ୍ଗୋପସାଗରରେ ସୃଷ୍ଟ ‘ମନ୍ଥା’ ଶେଷରେ ତାର ଗତିପଥ ବଦଳାଇ ଆନ୍ଧ୍ରପ୍ରଦେଶର କାକିନାଡ଼ା ପରିବର୍ତ୍ତେ ଅମଲାପୁରମ୍‌ ଠାରୁ ୪୫କି.ମି. ଦୂର ନରସାପୁରରେ ସ୍ଥଳଭାଗ ଛୁଇଁଥିଲା। ତେବେ ସନ୍ଧ୍ୟା ୭ଟାରୁ ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଆରମ୍ଭ ହୋଇଥିଲା। ସ୍ଥଳଭାଗ ଅତିକ୍ରମ ସମୟରେ ନରସାପୁରରେ ଘଣ୍ଟା ପ୍ରତି ପବନର ବେଗ ୯୦ରୁ ୧୦୦ କି.ମି. ବହିଥିଲା। ଝଟ୍‌କା ଘଣ୍ଟାପ୍ରତି ୧୧୦ କିମି ରହିଥିଲା। ଏହି ସମୟରେ ଆନ୍ଧ୍ରର ଉଲାଭାପାଡୁରେ ୧୬୭ ମି.ମି., କାଭାଲିରେ ୧୬୦ମି.ମି ଏବଂ ଦାଗଦର୍ଥୀରେ ୧୪୭ମି.ମି. ବର୍ଷା ହୋଇଥିଲା। ସ୍ଥଳଭାଗ ଅତିକ୍ରମ ପ୍ରକ୍ରିୟା ପ୍ରାୟ ୫ଘଣ୍ଟା ପର୍ଯ୍ୟନ୍ତ ଚାଲିଥିଲା ବୋଲି ଭାରତ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି।

ତେବେ ଓଡ଼ିଶାରେ ଏହାର ବିଶେଷ ପ୍ରଭାବ ପଡ଼ିନଥିବା ଜଣାପଡ଼ିଛି। ଏହା ମାଲକାନଗିରି ସୀମା ଛୁଇଁ ଛତିଶଗଡ଼ ମୁହାଁଉଥିବା ଜଣାପଡ଼ିଛି। ସ୍ଥଳଭାଗରେ ଏହାର ବେଗ ଘଣ୍ଟା ପ୍ରତି ୩୦କି.ମି. ରହିଥିଲା। ଦକ୍ଷିଣ ଓଡ଼ିଶାରେ କେବଳ ବର୍ଷା ସହ ୪୦ରୁ ୫୦କି.ମି. ବେଗରେ ପବନ ବହିଥିଲା। ଏହା ମାଲକାନଗିରି ସୀମାନ୍ତ ଅଞ୍ଚଳକୁ ଛୁଇଁ ଛତିଶଗଡ଼ ମୁହାଁଉଥିବା ଜଣାପଡ଼ିଛି।

ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଏବଂ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିଲା। ଗଜପତି ଜିଲା ଅଧିକ ପ୍ରଭାବିତ ହୋଇଛି। ଜିଲାର ଆର. ଉଦୟଗିରି, ପାରଳାଖେମୁଣ୍ଡି, କାଶୀନଗର ଏବଂ ଗୁମ୍ମାରେ ଭୂସ୍ଖଳନ ହୋଇଛି। ‘ମନ୍ଥା’ ପ୍ରଭାବରେ ମାଲକାନଗିରି ଏବଂ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ସାଙ୍ଗକୁ ଗଛ ଉପୁଡ଼ି ରାସ୍ତା ଅବରୋଧ ହୋଇଛି। କେଉଁଠି ଘର ଉପରେ ଗଛ ପଡ଼ିଛି ତ ଆଉ କେଉଁଠି ସ୍କୁଲ ଛାତରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ ଜିଲାର ପାତ୍ରପୁରରେ ସର୍ବାଧିକ ୧୧୭.୬ ମି.ମି. ବର୍ଷା ରେକର୍ଡ ହୋଇଥିବାବେଳେ ସାନଖେମୁଣ୍ଡିରେ ୯୦ମି.ମି. ବର୍ଷା ହୋଇଥିଲା। ସେହିପରି ଗଜପତି ଜିଲାର ଗୋସାଣିରେ ୧୧୫, ମୋହନାରେ ୧୧୨.୮ ଏବଂ ଆର. ଉଦୟଗିରିରେ ୮୭ମି.ମି. ବର୍ଷା ହୋଇଥିଲା।

ମନ୍ଥା ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଜିଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହିସବୁ ଜିଲାଗୁଡ଼ିକରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ଏବଂ ଘଣ୍ଟା ପ୍ରତି ୬୦ରୁ ୭୦କି.ମି. ଏବଂ ଝଟକା ପବନର ବେଗ ଘଣ୍ଟା ପ୍ରତି ୮୦କି.ମି. ପର୍ଯ୍ୟନ୍ତ ଛୁଇଁପାରେ। ଏଥିପାଇଁ ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ ଏବଂ ଗଜପତି ଜିଲାର କିଛି ଅଞ୍ଚଳରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହିସବୁ ଜିଲା ଗୁଡ଼ିକରେ ଘଣ୍ଟା ପ୍ରତି ୫୦ରୁ ୬୦କି.ମି. ଏବଂ ଝଟ୍‌କା ପବନର ବେଗ ଘଣ୍ଟା ପ୍ରତି ୭୦କି.ମି. ଛୁଇଁପାରେ। ଝାରସୁଗୁଡ଼ା, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, ଗଞ୍ଜାମ, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ବୌଦ୍ଧ, ସମ୍ବଲପୁର, ସୁବର୍ଣ୍ଣପୁର, ବରଗଡ଼ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏହିସବୁ ଜିଲା ଗୁଡ଼ିକରେ ଘଣ୍ଟା ପ୍ରତି ୪୦ରୁ ୫୦କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି।

Powered by Froala Editor

Tags Cyclone

Related articles Odisha News Lens 4.1

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ
    ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15481
    Jul 01, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14394
    Jul 02, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ
    ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13482
    Jul 03, 2026
  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ
    ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14631
    Jul 03, 2026
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ
    ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13934
    Jul 01, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14922
    Jul 02, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15822
    Jul 02, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା
    ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15399
    Jul 01, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା
    ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14734
    Jul 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14922
    Jul 02, 2026
  • ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14734
    Jul 03, 2026
  • ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15481
    Jul 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16963
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17574
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17626
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18023
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14734
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14531
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14299
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15918
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15791
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15651
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13800
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14906
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15337
    Jul 03, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15399
    Jul 01, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14734
    Jul 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In