ଆଜି ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ବନ୍ଦ
ବାରିପଦା: ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ପୂର୍ବାନୁମାନ ଅନୁଯାୟୀ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଂ ଜାରି କରାଯାଇଛି। ତେଣୁ ସମସ୍ତ ପରିଦର୍ଶକ ତଥା ପର୍ଯ୍ୟଟକଙ୍କ ନିମନ୍ତେ ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ଆସନ୍ତା ବୁଧବାର ବନ୍ଦ ରହିବା ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଦିନକ ପାଇଁ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ମଧ୍ୟକୁ ପ୍ରବେଶ କିମ୍ବା ପ୍ରସ୍ଥାନ ପାଇଁ ଅନୁମତି ଦିଆଯିବ ନାହିଁ।
Powered by Froala Editor