ସ୍ୱାଭାବିକ ହେଲା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି, କୋଠ ଭୋଗ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର: ପ୍ରାୟ ୨୪ଘଣ୍ଟା ପରେ ସ୍ୱାଭାବିକ ହୋଇଛି ମହାଭ୍ରପୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି । ସମର୍ଥା ନିଯୋଗର ସହଯୋଗ ପରେ ନୀତିକାନ୍ତି ସ୍ୱାଭାବିକ ହୋଇଥିବା ସୂଚନା ମିଳିଛି । ଆଜି ସକାଳୁ ମଙ୍ଗଳ ଆଳତୀ ସମ୍ପୂର୍ଣ୍ଣ ହେବା ପରେ କୋଠ ଭୋଗ ପ୍ରକ୍ରିୟା ଆରମ୍ଭ ହୋଇଛି । ଗତକାଲିଠୁ ସମର୍ଥା ନିଯୋଗ ସେବାୟତ ନୀତିକାନ୍ତି ବନ୍ଦ କରିବାରୁ ଉପାସରେ ରହିଥିଲେ ମହାପ୍ରଭୁ ଶ୍ରୀଲିଙ୍ଗରାଜ । ସମର୍ଥା ସେବାୟତ ଦିଅଁଙ୍କ ଭୋଗ ପ୍ରସ୍ତୁତ ପାଇଁ ବିରିବଟା, ଚୁନାକୁଟା ମହାସୁଆର ସେବାୟତଙ୍କୁ ଯୋଗାଇଥାନ୍ତି ।
Powered by Froala Editor