ପୀତବାସ ପଣ୍ଡା ହତ୍ୟା ମାମଲା: ଏହି ଦୁଇ ବରିଷ୍ଠ ସରକାରୀ ଓକିଲ କରିବେ ପରିଚାଳନା
ଭୁବନେଶ୍ବର: ବ୍ରହ୍ମପୁରର ବହୁ ଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟା ମାମଲାର ପରିଚାଳନା କରିବେ ଦୁଇ ଜଣ ବରିଷ୍ଠ ସରକାରୀ ଓକିଲ । ଏନେଇ କ୍ରାଇମବ୍ରାଞ୍ଚ ଡିଜିଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି ବ୍ରହ୍ମପୁର ଏସପି ।
ସରକାରଙ୍କ ତରଫରୁ ବ୍ରହ୍ମପୁର କୋର୍ଟରେ କେସ୍ ପରିଚାଳନା ପାଇଁ ହାଇକୋର୍ଟରେ କାର୍ଯ୍ୟରତ ତଥା ସିବିଆଇର ଆଇନ ପରାମର୍ଶଦାତା ରହିଥିବା ବରିଷ୍ଠ ଆଇନଜୀବୀ କାଳୀଚରଣ ମିଶ୍ର ଓ ବରିଷ୍ଠ ଆଇନଜୀବୀ ଅବିନାଶ ପାଢୀଙ୍କୁ ନିଯୁକ୍ତି ଦେବା ପାଇଁ ବ୍ରହ୍ମପୁର ଏସପି, ଓଡ଼ିଶା କ୍ରାଇମବ୍ରାଞ୍ଚ ଡିଜିଙ୍କୁ ପତ୍ର ଲେଖି ନିବେଦନ କରିଛନ୍ତି ।
Powered by Froala Editor