ଏହି ଅଭିନେତାଙ୍କୁ ହତ୍ୟା ଧମକ
ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନକୁ ଆଉ କିଛି ଦିନ ବାକି ଥିବାବେଳେ ଶନିବାର ଭୋଜପୁରୀ ଅଭିନେତା ତଥା ବିଜେପି ସାଂସଦ ରବି କିଷନଙ୍କୁ ହତ୍ୟା ଧମକ ମିଳିଥିବା ଜଣାପଡିଛି। ରବି ନିକଟରେ ବିହାରକୁ ନିର୍ବାଚନ ପ୍ରଚାର କାର୍ଯ୍ୟରେ ଯାଇ ଫେରିଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ରାତିରେ ଅଜଣା ବ୍ୟକ୍ତି ତାଙ୍କୁ ଓ ପରିବାର ପ୍ରତି ଫୋନରେ ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରିଥିବାବେଳେ ହତ୍ୟା କରିବାକୁ ମଧ୍ୟ ଧମକ ଦେଇଛନ୍ତି। ରବି ଏହି ଘଟଣାକୁ ନେଇ ଉତ୍ତର ପ୍ରଦେଶର ଗୋରଖପୁର ଥାନାରେ ଏକ ଏତଲା ଦାଏର କରିଛନ୍ତି।
Powered by Froala Editor