ବିଜେପିରେ ମିଶିଲେ ଅମର ପଟ୍ଟନାୟକ
ଭୁବନେଶ୍ୱର: ବିଜେଡିକୁ ଜୋରଦାର୍ ଝଟକା। ପଦ୍ମ ଧରିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ। ଏ ନେଇ ସେ ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଏବଂ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବ ରେ ମନମୋହନଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ପ୍ରଭାରୀ ବିଜୟ ସିଂ ତୋମର ପ୍ରମୁଖଙ୍କ ଉପସ୍ଥିତିରେ ଅମର ପଟ୍ଟନାୟକ ଓ ନୂଆପଡ଼ା ନିର୍ବାଚନ ମଣ୍ଡଳୀର କେତେକ ପ୍ରମୁଖ ବିଜେଡି ନେତା ପଦ୍ମ ଧରିଛନ୍ତି।
Powered by Froala Editor