Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, May 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ...

  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ...

  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ...

  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ...

  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ...

  • ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ...

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ...

  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ...

  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ...

  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ...

Home ›› ››ମୟୁରଭଂଜର ୫ଟି ବ୍ଲକ ର ୯୪ଟି ଗାଁର ୧୫୩୫୯ ହେକ୍ଟର ଜମିକୁ ଗଲା ପାଣି , ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମୟୁରଭଂଜର ୫ଟି ବ୍ଲକ ର ୯୪ଟି ଗାଁର ୧୫୩୫୯ ହେକ୍ଟର ଜମିକୁ ଗଲା ପାଣି , ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

2021-07-20 04:39:54
13925
Share:
Facebook
Twitter
E-Mail
WhatsApp
Telegram
ମୟୁରଭଂଜର ୫ଟି ବ୍ଲକ ର ୯୪ଟି ଗାଁର ୧୫୩୫୯ ହେକ୍ଟର ଜମିକୁ ଗଲା ପାଣି , ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମୟୂରଭଞ୍ଜ ଜିଲ୍ଲାର ସୁବର୍ଣ୍ଣରେଖା  ଜଳସେଚନ ପ୍ରକଳ୍ପର କେନାଲ ସିଷ୍ଟମରୁ ୧୫,୩୫୯ ହେକ୍ଟର ଚାଷ ଜମିକୁ ପାଣି ଛଡା ଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି । ଏହାଦ୍ଵାରା ମୟୂରଭଞ୍ଜ ଜିଲ୍ଲାର ବାରିପଦା, ବେତନଟୀ, ମୋରଡା, ଶୂଳିଆପଦା ଓ ରାସଗୋବିନ୍ଦପୁର ବ୍ଲକର ୯୪ଟି ଗ୍ରାମର ଚାଷ ଜମିକୁ ଜଳସେଚନର ସୁବିଧା ମିଳିଲା  । 

    

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଆଜି ମୟୂରଭଞ୍ଜ ଜିଲ୍ଲା ଓ ସାରା ଓଡିଶା ପାଇଁ ଏକ ଆନନ୍ଦର ଦିନ । ଏହା ଦ୍ଵାରା ମୟୂରଭଞ୍ଜରେ ଜମିରେ ସୁନାର ଫସଲ ଫଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଦ୍ଵାରା ମୟୂରଭଞ୍ଜ ଓ ବାଲେଶ୍ଵରର ୧.୦୯ ଲକ୍ଷ  ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। 


    

ମୟୂରଭଞ୍ଜ ତାଙ୍କ ପାଇଁ ସ୍ଵତନ୍ତ୍ର ଗୁରୁତ୍ଵ ବହନ କରେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୟୂରଭଞ୍ଜରେ ସ୍ୱାସ୍ଥ୍ୟସେବାର ବିକାଶ ହେଉ ବା ମିଶନଶକ୍ତି କାର୍ଯ୍ୟର ସଫଳ ରୂପାୟନ ହେଉ ବା ଜନଜାତି ମାନଙ୍କର ବିକାଶ  ସବୁ କ୍ଷେତ୍ରରେ ମୟୂରଭଞ୍ଜ ଆଜି ଉନ୍ନତି କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସବୁ ଘରକୁ ସବୁ ପରିବାରକୁ ପାଇପ ପାଣି ଯୋଗାଇବାରେ ଦେଶର ଅଳ୍ପ କେତେକ ଜିଲ୍ଲା ମଧ୍ୟରୁ ମୟୂରଭଞ୍ଜ ଦେଶର ପ୍ରଥମ ଜିଲ୍ଲା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୟୂରଭଞ୍ଜରେ ପାଇପ ପାଣି ପ୍ରକଳ୍ପ ପାଇଁ ୭୬୮ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି ବୋଲି ସେ ସୂଚନା ଦେଇଥିଲେ । 


    

ଜଳସେଚସନ ରାଜ୍ୟ ସରକାରଙ୍କର ଏକ ପ୍ରଥମିକତା କ୍ଷେତ୍ର ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ  ଯେ ଆଗାମୀ ଖରିଫ ଋତୁ ରୁ ଦେଓ ଜଳସେଚନ ପ୍ରକଳ୍ପରୁ ୧୦ ହଜାର ହେକ୍ଟର ଜମିକୁ ପାଣି ଯୋଗାଇ ଦିଆଯିବ । ଆଗାମୀ ୨-୩ ବର୍ଷ ମଧ୍ୟରେ ପ୍ରାୟ ୧୫ ଟି ଜଳସେଚନ ପ୍ରକଳ୍ପ ସଂପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। 


    

ଜଳ ଏକ ଅମୂଲ୍ୟ ସମ୍ପଦ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହାକୁ ନଷ୍ଟ ନ କରି ଠିକ ଭାବେ ବିନିଯୋଗ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ସରକାର ସବୁବେଳେ ଚାଷୀଙ୍କ ସାଥିରେ ଅଛି ଓ ସେମାନଙ୍କ ଉନ୍ନତି ପାଇଁ କାମ କରୁଛି । କାଳିଆ ଯୋଜନାରେ ୬୭ ଲକ୍ଷ ଚାଷୀ ପରିବାର ଉପକାର ପାଉଛନ୍ତି ବୋଲି ପ୍ରକାଶ କରି ସେ କହିଥିଲେ ଯେ ସରକାରଙ୍କ ବିଭିନ୍ନ କୃଷିକଲ୍ୟାଣ କାର୍ଯ୍ୟକ୍ରମ ଯୋଗୁ ଚାଷୀ ଆଜି ସମ୍ମାନର ସହ ବଞ୍ଚି ପାରୁଛି। ଚାଷୀକୁ ତାର ହକ ଦେବା ଆମର ଲକ୍ଷ ଏବଂ ଚାଷୀର ହକ ମିଳିଲା ପର୍ଯ୍ୟନ୍ତ ଆମର ଲଢେଇ ଜାରି ରହିବ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଥିଲେ । 

    

    

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ପଞ୍ଚାୟତିରାଜ ଓ ପାନୀୟ ଜଳ , ଆଇନ , ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା କହିଥିଲେ ଯେ ମୟୂରଭଞ୍ଜର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଅନେକ ପଦକ୍ଷେପ ନେଉଛନ୍ତି । ଆଜିର ପ୍ରକଳ୍ପ ଦ୍ଵାରା ୨୦୨୪ ଜାନୁଆରୀ ସୁଧା ଜିଲ୍ଲାର ୭୦ ହଜାର ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିପାରିବ ବୋଲି ସେ କହିଥିଲେ । ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ ରାଜ୍ୟରେ ଜଳସେଚନ ପାଇଁ ବିଭାଗ ର ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ। 


    

ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ମୟୂରଭଞ୍ଜ ଜିଲ୍ଲାପାଳ ସ୍ଵାଗତ ଭାଷଣ ଦେଇଥିଲେ ଏବଂ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ମୁଖ୍ୟ ଯନ୍ତ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର , ଉନ୍ନୟନ କମିଶନର ଶ୍ରୀ ପି କେ ଜେନା ଏବଂ ଜଳସଂପଦ ବିଭାଗ ପ୍ରମୁଖ ସଚିବ ଶ୍ରୀମତୀ ଅନୁ ଗର୍ଗ ଉପସ୍ଥିତ ଥିଲେ ।

Powered by Froala Editor

Tags Mayurbhanj , Chief Minister , Naveen Patnaik , Odisha

Related articles Odisha News Lens 4.1

  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ
    ଦେଶ-ଦେଶାନ୍ତର

    ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    14976
    May 24, 2026
  •  ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ
    ବିଶେଷ

    ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15428
    May 24, 2026
  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...
    ଦେଶ-ଦେଶାନ୍ତର

    ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...

    14856
    May 24, 2026
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...
    ଦେଶ-ଦେଶାନ୍ତର

    ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...

    15515
    May 24, 2026
  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ
    ଦେଶ-ଦେଶାନ୍ତର

    ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ

    14175
    May 23, 2026
  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା
    ଦେଶ-ଦେଶାନ୍ତର

    କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା

    15416
    May 23, 2026
  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା

    14901
    May 24, 2026
  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ

    13982
    May 23, 2026
  • ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ସରକାର
    ଦେଶ-ଦେଶାନ୍ତର

    ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ସରକାର

    13847
    May 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା

    14901
    May 24, 2026
  • ଦେଶ-ଦେଶାନ୍ତର

    ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ

    14387
    May 24, 2026
  • ଦେଶ-ଦେଶାନ୍ତର

    ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    14976
    May 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16876
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17496
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17542
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17927
    Sep 06, 2023

ବିଶେଷ

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15428
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14973
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14384
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14510
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15571
    May 17, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15419
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15161
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15651
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13984
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ସରକାର

    13847
    May 24, 2026
  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ

    14387
    May 24, 2026
  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା

    15416
    May 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In