ମୁଖ୍ୟମନ୍ତ୍ରୀ ଗାଇଲେ ବେନ୍ଦ ମାତରମ୍
ଭୁବନେଶ୍ୱର: ଲୋକସେବା ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ‘ବେନ୍ଦ ମାତରମ୍’ ସଙ୍ଗୀତ ଗାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ବିଭିନ୍ନ ବିଭାଗର ସଚିବ ମଧ୍ୟ ଏହି ବିଶେଷ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ବନ୍ଦେ ମାତରମ୍’ ଗାନ କରିଛନ୍ତି । ଏହାଛଡା ଲୋକସେବା ଭବନର କର୍ମଚାରମାନେ ମଧ୍ୟ ଏଥିରେ ସାମିଲ ହୋଇଥିଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେ ଯେ, ଏହି ଗୀତର ଲୋକପ୍ରିୟତା ଓ ପ୍ରଭାବକୁ ଦେଖି ବ୍ରିଟିଶ ଶାସକମାନେ ବନ୍ଦେ ମାତରମ୍କୁ ବ୍ୟାନ କରିଥିଲେ, ଯାହା ଏହି ଗୀତର ଶକ୍ତିର ସ୍ପଷ୍ଟ ପ୍ରମାଣ। ଆମେ କେଉଁ ଭାଷା, କେଉଁ ଧର୍ମ ବା କେଉଁ ଅଞ୍ଚଳର ହେଲେ ବି, ଦେଶପ୍ରେମ ବିନା ଦେଶର ଉନ୍ନତି ଅସମ୍ଭବ। ବନ୍ଦେ ମାତରମ୍ ଆମ ହୃଦୟରେ ସେହି ଦେଶପ୍ରେମର ଅଗ୍ନିକୁ ପୁନଃ ଜାଗୃତ କରେ। ଯୁବପୀଢ଼ୀ, ପିଲାମାନେ, ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଦେଶପ୍ରେମ ଜାଗ୍ରତ କରିବା ପାଇଁ ଏହି ବର୍ଷବ୍ୟାପୀ ପାଳନ ଖୁବ୍ ଗୁରୁତ୍ୱପୂର୍ଣ୍ଣ ବୋଲି ସେ ଅଭିମତ ଦେଇଥିଲେ।
ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଡକ୍ଟର ବିଜୟ କେତନ ଉପାଧ୍ୟାୟ ସହ ସମସ୍ତ ବିଭାଗୀୟ ସଚିବ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ଉତ୍କଳ ସଂଗୀତ ମହାବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ରାଷ୍ଟ୍ରଗୀତ ବନ୍ଦେ ମାତରମ୍ ଗାନ କରିଥିଲେ।
Powered by Froala Editor