ବିହାରରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାରରେ ଆରଜେଡି ଓ କଂଗ୍ରେସ ଉପରେ ବର୍ଷିଲେ ମୋଦୀ
ପାଟନା: ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଜୋରଦାର ପ୍ରଚାର ହେଉଛି । ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଆସନ୍ତା ୧୧ ତାରିଖରେ ହେବ, ଯାହାକି ଶେଷ ପର୍ଯ୍ୟାୟ ମତଦାନ ହେବ । ବିହାରରେ ଆଜି ନିର୍ବାଚନ ପ୍ରଚାର କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ଆଜି ସୀତାମାଢିରେ ପହଞ୍ଚି ନିର୍ବାଚନ ସଭାରେ ଯୋଗ ଦେଇ ଜନସାଧାରଣଙ୍କୁ ସମ୍ବୋଧନ କରିଛନ୍ତି । ଏହି ସଭାରେ ମୋଦୀ ଆରଜେଡି ଓ କଂଗ୍ରେସ ଉପରେ ବର୍ଷିଛନ୍ତି ।
Powered by Froala Editor