୧ରୁ ୧୯ ପର୍ଯ୍ୟନ୍ତ ଚାଲିବ ଶୀତକାଳୀନ ଅଧିବେଶନ
ନୂଆଦିଲ୍ଲୀ: ଡିସେମ୍ବର ୧ରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ । ୧ରୁ ଆରମ୍ଭ ହୋଇ ୧୯ତାରିଖ ପର୍ଯ୍ୟନ୍ତ ଚାଲିବ ଅଧିବେଶନ । ରାଷ୍ଟ୍ରପତିଙ୍କ ଅନୁମୋଦନ ମିଳିଥିବା ନେଇ କହିଛନ୍ତି ସଂସଦୀୟ ମନ୍ତ୍ରୀ କିରଣ ରିଜ୍ଜୁ ।
ସୋସିଆଲ ମିଡ଼ିଆରେ ପୋଷ୍ଟ କରି କିରଣ କହିଛନ୍ତି, “ଭାରତର ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୀ ଡିସେମ୍ବର ୧, ୨୦୨୫ ରୁ ଡିସେମ୍ବର ୧୯, ୨୦୨୫ ପର୍ଯ୍ୟନ୍ତ ସଂସଦର ଶୀତକାଳୀନ ଅଧିବେଶନ ପାଇଁ ସରକାରଙ୍କ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।
Powered by Froala Editor