ମେଡିସିନ୍ ୱାର୍ଡକୁ ସ୍ଥାନାନ୍ତରିତ ହେଲେ ଅଭିଜିତ
ଓଲିଉଡର ଲୋକପ୍ରୀୟ ଜଣାଶୁଣା ସଂଗୀତ ନିର୍ଦ୍ଦେଶକ ତଥା ଗାୟକ ଅଭିଜିତ ମଜୁମଦାର ଧିରେ ଧିରେ ସୁସ୍ଥ ହେଉଛନ୍ତି । ତାଙ୍କୁ ଭେଣ୍ଟିଲେଟରରୁ ବାହାର କରି ମେଡିସିନ୍ ୱାର୍ଡକୁ ସ୍ଥାନାନ୍ତରିତ କରାଯାଇଛି। ଏନେଇ ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି । ଏମ୍ସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ତାଙ୍କର Vitals ସ୍ଥିର ରହିଛି। ତାଙ୍କୁ ବର୍ତ୍ତମାନ ଭେଣ୍ଟିଲେଟର୍ ସପୋର୍ଟରୁ ବାହାର କରାଯାଇ ମେଡିସିନ୍ ୱାର୍ଡକୁ ସ୍ଥାନାନ୍ତରିତ କରାଯାଇଛି।
ଉଲ୍ଲେଖଯୋଗ୍ୟ, ଅଗଷ୍ଟ ୩୧ ତାରିଖରେ କଟକ ସିଡିଏ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଅଭିଜିତ । ଲିଭର ଜନିତ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହୋଇ ଆସୁଥିଲେ। ମାତ୍ର ଗତ ଗଣେଶ ପୂଜା ଦିନ ହଠାତ୍ ଅସୁସ୍ଥ ହୋଇ ପଡ଼ିବାରୁ ପରିବାର ତଥା ଆତ୍ମୀୟମାନେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ସେବେଠାରୁ ସେ କୋମାରେ ରହିଛନ୍ତି। ଏହାପରେ ଗତ ସେପ୍ଟେମ୍ବର ୪ ତାରିଖରେ ଅଭିଜିତ ମଜୁମଦାରଙ୍କୁ ଭୁବନେଶ୍ବର ଏମ୍ସକୁ ଅଣାଯାଇଥିଲା। ଭେଣ୍ଟିଲେଟର ସପୋର୍ଟରେ ଥିବା ଅଭିଜିତ୍ ଦାଦାଙ୍କୁ ମେଡି଼ସିନ ୱାର୍ଡକୁ ସ୍ଥାନାନ୍ତର କରାଯାଇଛି । ସେଠାରେ ତାଙ୍କର ନିରନ୍ତର ଚିକିତ୍ସା ଚାଲିଛି।
Powered by Froala Editor