ନୂଆପଡା ନିର୍ବାଚନ: ୯ଟା ସୁଦ୍ଧା ହୋଇଛି ୧୪.୯୯ ପ୍ରତିଶତ ମତଦାନ
ନୂଆପଡା : ନୂଆପଡ଼ା ଉପ-ନିର୍ବାଚନ ପାଇଁ ଆଜି ସକାଳୁ ମତଦାନ ଆରମ୍ଭ ହୋଇଛି । ସୁରୁଖୁରୁରେ ଭୋଟିଂ ଚାଲିଥିବାବେଳେ ସକାଳ ୯ଟା ସୁଦ୍ଧା ନୂଆପଡାରେ ୧୪.୯୯ ପ୍ରତିଶତ ମତଦାନ ହୋଇଛି। ଅବାଧ ଓ ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ କରିବାକୁ ପ୍ରଶାସନ ଓ ପୁଲିସ ତତ୍ପର । ଆଇନଶୃଙ୍ଖଳା ନିୟନ୍ତ୍ରଣ ପାଇଁ କେନ୍ଦ୍ରୀୟ ସୁରକ୍ଷାବଳ, ରାଜ୍ୟ ସଶସ୍ତ୍ର ବାହିନୀ ଓ ପୁଲିସ ଅଧିକାରୀଙ୍କୁ ଗୁରୁଦାୟିତ୍ବ ଦିଆଯାଇଛି। ଆସନ୍ତା ୧୪ରେ ଭୋଟ୍ ଗଣତି ଥିବାରୁ ଅଧିକ ପୁଲିସ ଓ ସୁରକ୍ଷାବାହିନୀ ମୁତୟନ କରାଯିବ ବୋଲି ସୂଚନା ମିଳିଛି।
Powered by Froala Editor