ମତଦାନ ସାବ୍ୟସ୍ତ କଲେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ
ନୂଆପଡା: ନୂଆପଡା ଉପନିର୍ବାଚନରେ ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇଛି । ଖରିଆର ରୋଡର ମୋଙ୍ଗରାପାଲି ବୁଥ ନମ୍ବର ୬୬ରେ ମତଦାନ ସାବ୍ୟସ୍ତ କରିଛନ୍ତି ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । ପରିବାର ସହିତ ଜୟ ଭୋଟ କେନ୍ଦ୍ରକୁ ଯାଇ ଭୋଟ ଦେଇଛନ୍ତି । ଆଜି ୧୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ନୂଆପଡା ବାସୀ । ୩୫୮ବୁଥରେ ମତଦାନ ସାବ୍ୟସ୍ତ କରୁଛନ୍ତି ୨ଲକ୍ଷ ୫୩ହଜାର ୬୨୪ଭୋଟର ।
ନୂଆପଡ଼ା ଉପ-ନିର୍ବାଚନ ପାଇଁ ଆଜି ସକାଳୁ ମତଦାନ ଆରମ୍ଭ ହୋଇଛି । ସୁରୁଖୁରୁରେ ଭୋଟିଂ ଚାଲିଥିବାବେଳେ ସକାଳ ୯ଟା ସୁଦ୍ଧା ନୂଆପଡାରେ ୧୪.୯୯ ପ୍ରତିଶତ ମତଦାନ ହୋଇଛି। ଅବାଧ ଓ ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ କରିବାକୁ ପ୍ରଶାସନ ଓ ପୁଲିସ ତତ୍ପର । ଆଇନଶୃଙ୍ଖଳା ନିୟନ୍ତ୍ରଣ ପାଇଁ କେନ୍ଦ୍ରୀୟ ସୁରକ୍ଷାବଳ, ରାଜ୍ୟ ସଶସ୍ତ୍ର ବାହିନୀ ଓ ପୁଲିସ ଅଧିକାରୀଙ୍କୁ ଗୁରୁଦାୟିତ୍ବ ଦିଆଯାଇଛି। ଆସନ୍ତା ୧୪ରେ ଭୋଟ୍ ଗଣତି ଥିବାରୁ ଅଧିକ ପୁଲିସ ଓ ସୁରକ୍ଷାବାହିନୀ ମୁତୟନ କରାଯିବ ବୋଲି ସୂଚନା ମିଳିଛି।
Powered by Froala Editor